ଅପରାଧରାଜ୍ୟ ଜଟିଳ ହେଉଛି ଧାଡ଼ିଆମ୍ବ ଘଟଣା, ଗିରଫ ସ୍ବାମୀ ଙ୍କ ସ୍ତ୍ରୀ ମୃତ। ପୋଲିସ୍ ମାଡ ମାରିଥିବା ଅଭିଯୋଗ। FOCUS PLUSFebruary 24, 2022 ପାତ୍ରପୁର,୨୪/୦୨ ଜରଡ଼ା ଥାନା ଅନ୍ତର୍ଗତ ଧାଡ଼ି ଆମ୍ବ ଗ୍ରାମର ରାହାସ ଶବର ର ମୃତ୍ୟୁ ପୋଲିସ୍ ମାଡ଼ ରେ ମୃତ୍ୟୁ ହୋଇଥିବା ନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ପରିବାର ବର୍ଗ। ଘଟଣା ରୁ ପ୍ରକାଶ ଯେ ଗତକାଲି ପାତ୍ରପୁର ବି ଡି ଓ ପ୍ରକାଶ ଚନ୍ଦ୍ର ଦାସ କୁ ଭୋଟର ତାଲିକା ରେ ନାମ ନ ଥିବା ପ୍ରତିବାଦ ରେ ଧାଡ଼ିଆମ୍ବ ଗ୍ରାମବାସୀ ଅପହରଣ କରିଥିଲେ। ପୋଲିସ୍ ଏହି ବିଷୟ କୁ ନେଇ ଦୁଇ ଜଣକୁ ଗିରଫ କରିଥିଲା। ଚକରା ଶବର କୁ ଗିରଫ କଲାବେଳେ ରାହାସ ଶବର ପ୍ରତିରୋଧ କରିବାରୁ ପୋଲିସ୍ ମାଡ ମାରିବା ସହ ରାହାସ ର ଛାତିକୁ ମାରିଥିବା ନେଇ ଚକରା ର ଭାଇ ଖଲି ଶବର ଜରଡ଼ା ଥାନା ରେ ଅଭିଯୋଗ କହିଛନ୍ତି। ଏପଟେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀ ଙ୍କ କଲମ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଧାଡ଼ି ଆମ୍ବ ରେ ରାହାସ ର ମୃତ୍ୟୁ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ର କାରଣ ସାଜିଛି। ଏ ନେଇ ଜରଡ଼ା ଥାନା ରେ ଏକ ଅପମୃତ୍ୟୁ ମାମଲା କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣା ପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି ଆଇଆଇସି ଭାବା ନନ୍ଦ ପ୍ରଧାନ ପ୍ରକାଶ କରିଛନ୍ତି।
ବାଗପୁର ସରପଞ୍ଚ ଗୋପାଳ ହାତୀଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର ! ବାଗପୁର ସରପଞ୍ଚ ଗୋପାଳ ହାତୀଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର ! ତେବେ କିଏ ଏହି ନାଟର ଗୋବର୍ଦ୍ଧନ ? ଷଡ଼ଯନ୍ତ୍ର ପଛରେ କାହାର ହାତ ? ନିର୍ବାଚନର ରାଗ…
ଆପତ୍ତିଜନକ ଶବ୍ଦ ଲଗାଇ ଗୀତ ଗାଇବା ପଡିଲା ମାହାଙ୍ଗା ଫୋକସ ପ୍ଲସ(ଜଗତସିଂହପୁର): ଶଙ୍କର ଓଁମ ଶରଣ ନାମକ ଜଣେ ଗୀତିକାର ଓଡ଼ିଶାର ବିଭିନ୍ନ ଜିଲ୍ଲାର ଯୁବତୀ ମାନଙ୍କ ନାମରେ ଆପତ୍ତିଜନକ ଶବ୍ଦ ଲଗାଇ ଏକ ଗୀତ ମାଧ୍ୟମରେ…
ଦିନ ଦ୍ବିପହରେ ଲୁଟିଲେ ସୁନା ଦୋକାନ ଫୋକସ ପ୍ଲସ(ବଲାଙ୍ଗିର)୦୭/୦୮/୨୦୨୨ : ଶୁକ୍ରବାର ପାଟଣାଗଡ଼ ସହରର ମୁଖ୍ୟ ରାସ୍ତାରେ ଥିବା ଅମୃତକଲସ ସୁନା ଅଳଙ୍କାର ଦୋକାନକୁ 6 ଜଣ ଦୁର୍ବୁତ ପଶି ଦୋକାନ ମାଲିକଙ୍କୁ ମରଣାନ୍ତକ…