ଅପରାଧରାଜ୍ୟ ଜଟିଳ ହେଉଛି ଧାଡ଼ିଆମ୍ବ ଘଟଣା, ଗିରଫ ସ୍ବାମୀ ଙ୍କ ସ୍ତ୍ରୀ ମୃତ। ପୋଲିସ୍ ମାଡ ମାରିଥିବା ଅଭିଯୋଗ। FOCUS PLUSFebruary 24, 2022 ପାତ୍ରପୁର,୨୪/୦୨ ଜରଡ଼ା ଥାନା ଅନ୍ତର୍ଗତ ଧାଡ଼ି ଆମ୍ବ ଗ୍ରାମର ରାହାସ ଶବର ର ମୃତ୍ୟୁ ପୋଲିସ୍ ମାଡ଼ ରେ ମୃତ୍ୟୁ ହୋଇଥିବା ନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ପରିବାର ବର୍ଗ। ଘଟଣା ରୁ ପ୍ରକାଶ ଯେ ଗତକାଲି ପାତ୍ରପୁର ବି ଡି ଓ ପ୍ରକାଶ ଚନ୍ଦ୍ର ଦାସ କୁ ଭୋଟର ତାଲିକା ରେ ନାମ ନ ଥିବା ପ୍ରତିବାଦ ରେ ଧାଡ଼ିଆମ୍ବ ଗ୍ରାମବାସୀ ଅପହରଣ କରିଥିଲେ। ପୋଲିସ୍ ଏହି ବିଷୟ କୁ ନେଇ ଦୁଇ ଜଣକୁ ଗିରଫ କରିଥିଲା। ଚକରା ଶବର କୁ ଗିରଫ କଲାବେଳେ ରାହାସ ଶବର ପ୍ରତିରୋଧ କରିବାରୁ ପୋଲିସ୍ ମାଡ ମାରିବା ସହ ରାହାସ ର ଛାତିକୁ ମାରିଥିବା ନେଇ ଚକରା ର ଭାଇ ଖଲି ଶବର ଜରଡ଼ା ଥାନା ରେ ଅଭିଯୋଗ କହିଛନ୍ତି। ଏପଟେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀ ଙ୍କ କଲମ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଧାଡ଼ି ଆମ୍ବ ରେ ରାହାସ ର ମୃତ୍ୟୁ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ର କାରଣ ସାଜିଛି। ଏ ନେଇ ଜରଡ଼ା ଥାନା ରେ ଏକ ଅପମୃତ୍ୟୁ ମାମଲା କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣା ପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି ଆଇଆଇସି ଭାବା ନନ୍ଦ ପ୍ରଧାନ ପ୍ରକାଶ କରିଛନ୍ତି।
‘ରେଡ୍ ଫ୍ଲାଗ୍’ ହେଲା, ନାବାଳିକା ଦୁଷ୍କର୍ମ ଘଟଣା ଭୁବନେଶ୍ବର: ଭୁବନେଶ୍ବରରେ ନାବାଳିକା ଦୁଷ୍କର୍ମ ଘଟଣାରେ ‘ରେଡ୍ ଫ୍ଲାଗ୍’ ଶ୍ରେଣୀ ଅନ୍ତର୍ଭୁକ୍ତ ହୋଇଛି। ଏହି ଘଟଣାଟି ସମ୍ବେଦନଶୀଳ ଓ ସ୍ପର୍ଶକାତର ହୋଇଥିବାରୁ କ୍ରାଇମ୍ବ୍ରାଞ୍ଚର ମହିଳା ଓ ଶିଶୁ…
ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ଫରେଷ୍ଟ ଗାର୍ଡ ଆହତ ଫୋକସ ପ୍ଳାସ 29/3/23(ବ୍ୟୁରୋ): ଗତ କାଲି ବିଳମ୍ବିତ ରାତ୍ରିରେ ବନବିଭାଗ ର କର୍ମଚାରୀ ମାନେ ପେଟ୍ରାଲିଂ କରୁଥିବା ବେଳେ ବୌଦ୍ଧ ଥାନା ଅନ୍ତର୍ଗତ ବଘିଆପଡା ପଂଚାୟତ ର…
ଆମ୍ବ ତୋଳା କୁ ନେଇ ମରଣାତ୍ମକ ଆକ୍ରମଣ ଫୋକସ ପ୍ଲସ 13/6/22(ଢେଙ୍କାନାଳ): ଝିମିଟି ଖେଳ ରୁ ମହାଭାରତ।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସଦର ଥାନା ଅନ୍ତର୍ଗତ ବାଙ୍କୁଆଲ ଗ୍ରାମ ରେ।ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା…