ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ଅପରାହ୍ନ ରେ ୧୨୭ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି । ସେମାନେ ଆଜି ଭୁବନେଶ୍ୱର ରେ ରହିବେ ଓ ଆସନ୍ତା କାଲି ବାରଣ।ସୀ ଅଯୋଧ୍ୟା ଅଭିମୁଖେ ସ୍ବତନ୍ତ୍ର ଟ୍ରେନ ରେ ଯାତ୍ରା କରିବେ । ଏହି ବରିଷ୍ଠ ନାଗରିକ ମାନେ ବାରଣ।ସୀ ଅଯୋଧ୍ୟା ପରିଭ୍ରମଣ କରିବା ସହ ଚଳିତ ମାସ ୭ ତାରିଖରେ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି । ବରିଷ୍ଠ ନାଗରିକ ମାନଙ୍କୁ ସହଯୋଗ ପାଇଁ ୪ ଜଣ ସହକାରୀ ମଧ୍ୟ ସାଥିରେ ଯାଇଛନ୍ତି । ଆଜି ପୂର୍ବାହ୍ନରେ ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପୁରୀ ମହାନଗର ନିଗମ କମିଶନର ଅଭିମନ୍ୟୁ ବେହେରା,ଶ୍ରୀମନ୍ଦିର ଉପ ପ୍ରଶାସକ ରଞ୍ଜନ କୁମାର ବେହେରା,ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀ ମାନଙ୍କୁ ପୁଷ୍ପ ଗୁଛ ଦେଇ ଯାତ୍ରାର ଶୁଭ କାମନା କରିଥିଲେ।ଅତିଥି ମାନେ ନଡ଼ିଆ ବାଡେଇ ଯାତ୍ରା ର ସଫଳତା କାମନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ପର୍ଯ୍ୟଟନ କାର୍ଯ୍ଯାଳୟ କର୍ମଚାରୀ ପ୍ରମୁଖ ତୀର୍ଥଯାତ୍ରୀ ଙ୍କୁ ସହଯୋଗ ପ୍ରଦାନ କରିଥିଲେ। ନିଜ ନିଜର ଦାୟିତ୍ୱ ଓ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ସହ ସହାୟତା ପାଇଁ ଯାଇଥିବା କର୍ମଚାରୀ ମାନଙ୍କ ସୂଚନା ଅନୁସାରେ ପରିଭ୍ରମଣ କରିବାକୁ ତୀର୍ଥଯାତ୍ରୀ ଙ୍କୁ ଅନୁରୋଧ କରା ଯାଇଥିଲା।
୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରା ରେ !
