ପୁଣି ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି, ଜାଣିନିଅନ୍ତୁ ଆଜିର ଦର

ଦିନକୁ ଦିନ ସୁନା ଓ ରୁପାର ଦର ବୃଦ୍ଧି ପାଉଛି । ଏଭଳି ପରିସ୍ଥିତିରେ ସୁନା କିଣିବାକୁ ଇଚ୍ଛା ଥିଲେ ମଧ୍ୟ ଲୋକେ କିଣି ପାରୁନାହାନ୍ତି । ଆଜି ସୁନା ଓ ରୂପା ଦରରେ ସାମାନ୍ୟ ବୃଦ୍ଧି ପାଇଛି । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନାର ଦର ୧,୨୯,୦୫୦ ଟଙ୍କା ରହିଛି ।

ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୨୯,୦୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧,୪୦,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୨୯,୦୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧,୪୦,୯୩୦ ଟଙ୍କା ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୨୯,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧,୪୨,୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୩୧,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧,୪୦,୭୮୦ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୨୯,୦୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୦,୦୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *