ଭୁବନେଶ୍ୱର (ଫୋକସ ପ୍ଲସ )ବିଧାନସଭା ବଜେଟ୍ ଅଧିବେଶନର ୫ ଦିନ । ସକାଳ ୧୦ ଟା ୩୦ ସମୟରେ ଆରମ୍ଭ ହୋଇଥିଲା ଗୃହ କାର୍ଯ୍ୟ । ପ୍ରଥମ ପ୍ରଶ୍ନକାଳ ଚାଲିଥିଲା । ହେଲେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ହୋହାଲ୍ଲା ଏବଂ ନାରାବାଜି କରିଥିଲେ । ଏପିରିକି ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ପରେ ବି ବିରୋଧୀ ସଦସ୍ୟ ନିଜ ନିଜ ବସିନଥିଲେ । ଶେଷରେ ବାଧ୍ୟ ହୋଇ ବାଚସ୍ପତି ବିଧାନସଭାକୁ ସକାଳ ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ । ଏହାପରେ ପୁଣି ଆରମ୍ଭ ହୋଇଥିଲା ବିଧାନସଭା । ହେଲେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣି ହୋଇଥିଲା ହଙ୍ଗାମା । ଶେଷରେ ବାଧ୍ୟ ହୋଇ ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି
ପ୍ରଶ୍ନକାଳ ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ ଏବଂ ନାରାବାଜି।
