ନିମ୍ନମାନର କାମ କଲେ କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ:ମୁଖ୍ୟମନ୍ତ୍ରୀ

FOCUS PLUS

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି  । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀ କରଣର ଗୁରୁଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି ।

୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି । ବିଭିନ୍ନ ସ୍କିମ୍ ଓ ବଜେଟ୍‌ ମାଧ୍ୟମରେ ବିଭାଗକୁ ମିଳୁଥିବା ଅର୍ଥରାଶିର ଶତପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତ ମାନର ଗମନା ଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏଥିସହିତ ରାସ୍ତା ଓ ସେତୁ ଗୁଡିକର ଗୁଣବତ୍ତା ସହିତ ଏହାର ରକ୍ଷଣା ବେକ୍ଷଣ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ନିମ୍ନମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ପାହାଡିଆ ଅଞ୍ଚଳରେ ଥିବା ଗ୍ରାମଗୁଡିକରେ ଲୋକଙ୍କ ଗମନାଗମନ ପାଇଁ ଉତ୍ତମ ମାନର ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *