ଏସଆଇ ସ୍କାମ: କଟକରେ ମାଷ୍ଟରମାଇଣ୍ଡ ଶଙ୍କରକୁ ଜେରା

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା । ଭୁବନେଶ୍ବରରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି । ଆଜି ସକାଳୁ ଉତ୍ତରାଖଣ୍ଡରୁ ଭୁବନେଶ୍ବର ଆଣି ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଜବତ ହୋଇଛି ମୁଖ୍ୟ ଅଭିଯୁକ୍ତ ଶଙ୍କରର ଫର୍ଚୁନର କାର । ଗତ ରାତିରେ ଏହି ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଥିଲା। ଉତ୍ତରାଖଣ୍ଡ-ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଥିଲା । ନେପାଳରେ ପେଇଂ ଗେଷ୍ଟ ଭାବେ ରହୁଥିଲା ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି। କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେ ଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା । ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା। ଡିଏସ୍‌ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍‌ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ । ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଦ୍ବାରା ପ୍ରସ୍ତୁତ ପୋଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି ।

Leave a Reply

Your email address will not be published. Required fields are marked *