ମଙ୍ଗଳବାରଠୁ ବିଧାନସଭା ବଜେଟ୍ ଅଧିବେଶନ,ଆଜି ବସିବ ସର୍ବଦଳୀୟ ବୈଠକ।

ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ବିଧାନସଭାର ଗୁରୁତ୍ୱପୂର୍ଣ୍ଣ ବଜେଟ୍ ଅଧିବେଶନ । ୨୦ ତାରିଖରେ ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଆଗତ କରିବେ । ତେବେ ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ସୋମବାର ୧୧ଟା ବେଳେ ବିଧାନସଭାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବାଚସ୍ପତି ଏହି ବୈଠକରେ ଅଧିବେଶନର ସୁପରିଚାଳନା ପାଇଁ ସବୁ ଦଳର ସହଯୋଗ ଲୋଡ଼ିବେ । ତେବେ ସମ୍ପୂର୍ଣ୍ଣ ଅଧିବେଶନ ସମୟରେ କି କି ନିୟମ ମଧ୍ୟରେ ଗୃହ ପରିଚାଳନା କରାଯିବ, ତାହା ସର୍ବଦଳୀୟ ବୈଠକରେ ଚୂଡାନ୍ତ କରାଯିବ ।

Leave a Reply

Your email address will not be published. Required fields are marked *