ସ୍ତ୍ରୀ ଲୋକ ଗହଣା ପିନ୍ଧିବାକୁ ବହୁତ ଭଲ ପିଆନ୍ତି | କିନ୍ତୁ ସୁନାର ଚାହିଦା ଅନୁସାରେ ଦାମ ମଧ୍ୟ ବଢ଼ିବାରେ ଲାଗିଛି | ତେବେ ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ଆଜିର ସୁନା ଦର । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୧୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନାର ଦର ୧,୨୮,୪୫୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୧୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୨୮,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୧୩୦ ଟଙ୍କା ଓ ୨୨ କ୍ୟାରଟେ ସୁନାର ମୂଲ୍ୟ ୧,୨୮,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରଟେ ସୁନାର ମୂଲ୍ୟ ୧,୨୮,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୫.୦୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୨,୯୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୧୩୦ ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୨୮,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୫,୦୦୦ ଟଙ୍କା ରହିଛି ।
