
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା । ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ତେବେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ କମିବା ସମ୍ଭାବନା ରହିଛି। କାଲି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ସକାଳୁ ସକାଳୁ ରାଜଧାନୀର କିଛି ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି । ଅଧିକ ଜାଣିବା ପାଇଁ କ୍ଲିକ କରନ୍ତୁ ଏହି ଲିଙ୍କ…..
