
ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା । ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବରେ ପାଣିପାଗରେ ଏହି ପରିବର୍ତ୍ତନ ଦେଖାଦେଇଛି । ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଓ ଝଡ଼ ପବନର ଆଶଙ୍କା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ସମେତ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ତେଣୁ ବଜ୍ରପାତ ଓ ଝଡ଼ ସମୟରେ ଲୋକଙ୍କୁ ସତର୍କ ରହିବା ସହ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି । ସେପଟେ ସୋମବାର କଟକରେ ରାଜ୍ୟର ସର୍ବାଧିକ ୩୫.୬ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଥିଲା ।
