ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ । ମୂର୍ତ୍ତି ବିସର୍ଜନ ବେଳେ ୪ ନାବାଳକ ଛାତ୍ର ବୁଡ଼ିଯାଇଥିଲେ । ହିଞ୍ଜିଳିକାଟୁ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ହୋଇଛି । ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛି ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀ । ମୃତକ ଦ୍ୱୟ ହେଉଛନ୍ତି ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ ଓ ଗାୟତ୍ରୀ ନଗରର ପ୍ରୀତମ ସାମେଲି ।

ଖବର ଅନୁଯାୟୀ, ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ହଠାତ୍ ଦୁଇ ଜଣ ନାବାଳକ ଘୋଡ଼ାହାଡ ନଦୀରେ ବୁଡ଼ିଯାଇଥିଲା । ଯାହାକୁ ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । କିନ୍ତୁ ପାଣିରେ ବୁଡ଼ି ଦୁଇ ନାବାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ନାବାଳକ ଗୁରୁତର ହୋଇଥିଲା । ତୁରନ୍ତ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଡାକ୍ତରଖାନାରେ ଉଭୟଙ୍କୁ ମୃତ ଘୋଷଣା କରାଯାଇଛି। ହିଞ୍ଜିଳିକାଟୁ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
