ବର୍ତ୍ତମାନ ସୁନା କିଣିବାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହେଇଗଲାଣି । କିନ୍ତୁ ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ଆସିଛି । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତେବେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୮୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୦,୦୯୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୦୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୨,୮୩୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୦,୦୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୨,୯୮୦ ଟଙ୍କା ଓ ୨୨ କ୍ୟାରଟେ ୧,୪୦,୨୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୨,୮୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୦,୦୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୨,୮୩୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୪୦,୦୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୪,୯୦୦ ଟଙ୍କା ହୋଇଛି ।
