ସୁନା ପ୍ରେମୀଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଦିନକୁ ଦିନ ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି । ବର୍ତ୍ତମାନ ସୁନା କିଣିବାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହେଇଗଲାଣି । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୦୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧,୩୩,୮୯୦ ଟଙ୍କା ଥିବା ସୂଚନା ମିଳିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୦୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୮୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୦୭୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୮୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୨୨୦ ଟଙ୍କା ଓ ୨୨ କ୍ୟାରଟେ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୪,୦୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୦୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୮୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୨୪ କ୍ୟାରଟେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୦୭୦ ଓ ୨୪ କ୍ୟାରଟେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୮୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୯,୯୦୦ ଟଙ୍କା ହୋଇଛି ।
