ସୁନା ଦରରେ ହ୍ରାସ, ଆସନ୍ତୁ ଜାଣିବା କେତେ ରହିଛି ଦାମ

ସୁନା ପ୍ରେମୀଙ୍କ ପାଇଁ ବଡ଼ ଖୁସି ଖବର । ଦିନକୁ ଦିନ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳୁଛି । ସୁନା ଦରରେ ଲଗାତାର ହ୍ରାସ । ଆଜି ପୁଣି ଥରେ ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି । ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ବଡ଼ ସୁଯୋଗ । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧,୪୧,୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୧୪୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୬,୬୯୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୧୪୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୯୭୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୧୪୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୧୨୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୨୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୧୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୯୭୦ ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୧୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୯,୯୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *