ସୁନା ପ୍ରେମୀଙ୍କ ପାଇଁ ବଡ଼ ଖୁସି ଖବର । ଦିନକୁ ଦିନ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳୁଛି । ଆଗକୁ ଧନତେରସ ଥିବା ବେଳେ ଗ୍ରାହକଙ୍କ ମନକୁ ଆଶ୍ବସ୍ତି । ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ବଡ଼ ସୁଯୋଗ । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧,୩୯,୩୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୭୬୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୬,୬୯୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୯,୩୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୭,୭୬୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୯,୩୮୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୭,୭୬୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୯,୫୩୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୭,୯୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୯,୩୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୭,୭୬୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୯,୩୮୦ ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୨୭,୭୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୯,୯୦୦ ଟଙ୍କା ହୋଇଛି ।
