ଧନତେରସ ପୂର୍ବରୁ ଗ୍ରାହକଙ୍କୁ ଆଶ୍ବସ୍ତି । ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର । ଦିନକୁ ଦିନ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳୁଥିବାରୁ ଗ୍ରାହକଙ୍କ ମନରେ ଚିନ୍ତା ବଢ଼ିବାରେ ଲାଗିଛି । ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ଖୁସି ଖବର । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୪୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୬,୬୯୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୨୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୪୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୨୬୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୪୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୪୧୦ ଟଙ୍କା ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୨୬୦ ଓ ୨୨ କ୍ୟାରେଟ ସୁନାର ଦର ୧୦ ଗ୍ରାମ ପିଛା ୧,୩୦,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୯,୯୦୦ ଟଙ୍କା ହୋଇଛି ।
