ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ଆସିଛି । ବର୍ତ୍ତମାନ ସୁନା କିଣିବାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହେଇଗଲାଣି । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୪୮,୭୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୬,୩୯୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୮,୭୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୬,୩୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୮,୭୯୦ ଟଙ୍କା ଓ ୨୨ କ୍ୟାରଟେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୩୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୮,୯୪୦ ଟଙ୍କା ଓ ୨୨ କ୍ୟାରଟେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୮,୭୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୩୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୮,୭୯୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୩୬,୩୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୯,୯୦୦ ଟଙ୍କା ହୋଇଛି ।
