ଆସୁଛି ବର୍ଷା, ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ଛେଚିବ

ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ସଂଲଗ୍ନ ଅଂଚଳ ଉପରେ ୫.୮ କିଲୋମିଟର ଉଚ୍ଚତାରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ସେପ୍ଟେମ୍ବର ୧୧ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ପ୍ରଣାଳୀର ପ୍ରଭାବରେ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

ସେପ୍ଟେମ୍ବର ୧୧ ତାରିଖରେ କୋରାପୁଟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସେପ୍ଟେମ୍ବର ୧୨ ତାରିଖରେ କୋରାପୁଟ ଏବଂ ମାଲକାନଗିରି ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।

Leave a Reply

Your email address will not be published. Required fields are marked *