ଦେଶ ବିଦେଶବାଣିଜ୍ୟସ୍ପେସିଆଲ ଷ୍ଟୋରି କାର୍ରେ ୯୦ ମିନିଟ୍ର ଯାତ୍ରା ସରିବ ମାତ୍ର ୭ ମିନିଟ୍ରେ : ୨୦୨୬ରେ ଉଡ଼ିବ ଇଲେକ୍ଟ୍ରିକ୍ ଏୟାର ଟାକ୍ସି Focus PlusNovember 10, 2023November 10, 2023 ନୂଆଦିଲ୍ଲୀ: ଭାରତରେ ୨୦୨୬ ସୁଦ୍ଧା ଇଲେକ୍ଟ୍ରିକ୍ ଏୟାର ଟାକ୍ସି ଉଡ଼ିବ। ଏଥିପାଇଁ ଇଣ୍ଡିଗୋର ମାଲିକାନା ରଖିଥିବା ସଂସ୍ଥା ଇଣ୍ଟରଗ୍ଲୋବ ଓ ଆମେରିକାର ଆର୍ଚର ଆଭିଏସନ ମଧ୍ୟରେ ସହଯୋଗିତା ହୋଇଛି। ଆର୍ଚର ଆଭିଏସନ୍ ଇଲେକ୍ଟ୍ରିକ ଏୟାର ଟାକ୍ସି ବିକାଶ କରୁଛି। ଜନବହୁଳ ସହରଗୁଡ଼ିକରେ ଟ୍ରାଫିକ ଜାମ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଥିବା ବେଳେ ଏୟାର ଟାକ୍ସି ତାହାର ସମାଧାନ କରିପାରିବ। କାର୍ରେ ଯେଉଁ ବାଟ ଅତିକ୍ରମ କରିବା ଲାଗି ୯୦ ମିନିଟ୍ ଲାଗୁଛି, ଏୟାର ଟାକ୍ସିରେ ସେଠାରେ ୭ ମିନିଟ୍ରେ ପହଞ୍ଚିହେବ। ଗୋଟିଏ ଏୟାର ଟାକ୍ସି ୪ ଜଣ ଯାତ୍ରୀ ଓ ଜଣେ ପାଇଲଟଙ୍କୁ ନେଇ ଗୋଟିଏ ଚାର୍ଜରେ ୧୬୧ କିମି ଯାତ୍ରା କରିପାରିବ। ଉଭୟ କଂପାନି ମିଶି ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ ଏୟାର ଟାକ୍ସି ନେଇ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗାଲୁରୁରୁ ସେବା ଆରମ୍ଭ କରିବେ। ଇ-ଏୟାର ଟାକ୍ସିକୁ ପଣ୍ୟ ପରିବହନ, ଲଜିଷ୍ଟିକ୍ସ, ମେଡିକାଲ, ଜରୁରୀକାଳୀନ କାର୍ଯ୍ୟ ଏବଂ ଚାର୍ଟର ସେବାରେ ବ୍ୟବହାର କରିବାକୁ ଇଣ୍ଟରଗ୍ଲୋବ ଯୋଜନା ରଖିଛି।
ବରିଷ୍ଠ ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କର ୭୨ ବର୍ଷ ବୟସରେ ଆଜି(ଗୁରୁବାର ) ଦେହାନ୍ତ ହୋଇଛି| ଦିଲ୍ଲୀସ୍ଥିତ ଏମ୍ସରେ ଦେହାନ୍ତ ହୋଇଛି। ସେ…
ଦିନକରେ ଓଡ଼ିଶାରରେ ୭୨ କରୋନା ପଜିଟିଭ ଚିହ୍ନଟ I ରାଜ୍ୟରେ ତଳ ମୁହାଁ ହେଉଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୨ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ତଳ…
ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା ଘୋଷଣା ହେଲା ଚଳିତ ବର୍ଷର ନୋବେଲ ପୁରସ୍କାର। ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ମିଳିତ ଭାବେ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ଚଳିତ ବର୍ଷର ନୋବେଲ…