ବିଳମ୍ବିତ ରାତିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ।

ଏରସମା: ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ସିଆଳି ବେଳାଭୂମିରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ରାଜନେତା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଦୁର୍ବୃତ୍ତମାନେ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ କେହି ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି।

ଗୁରୁବାର ସକାଳେ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ବେଳାଭୂମିରେ ପହଞ୍ଚିବା ପରେ ପ୍ରତିମୂର୍ତ୍ତିଟି ଭଙ୍ଗା ଅବସ୍ଥାରେ ଦେଖିଥିଲେ। ଏହି ଘଟଣା ପ୍ରଚାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *