ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେଉଥିବା ବେଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ତଳିଆ ଅଞ୍ଚଳ ଜଳମଗ୍ନ ରହିଛି । ଆଜି ପ୍ରବଳ ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ ଦିଆଯାଇଛି ।

ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ । ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୭ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଗାଣ ବର୍ଷା ଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ବାରଣ କରାଯାଇଛି ।
